Bible 2 India Mobile
[VER] : [ODIYA]     [PL]  [PB] 
 <<  Job 41 >> 

1ତୁମ୍ଭେ କି ବଡ଼ଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର ? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର ?

2ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇପାର ? ଅବା ବଡ଼ଶୀରେ ତାହାର ଥୋମଣୀ ଫୋଡ଼ିପାର ?

3ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ ?

4ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ ?

5ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ ?

6ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ ?

7ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର ?

8ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ ।

9ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବା ମାତ୍ର କି ତଳେ ପଡ଼ିଯିବ ନାହିଁ ?

10ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ?

11କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା ? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର ।

12ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ ।

13ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ ?"

14କିଏ ତାହାର ମୁଖରୁ କବାଟ ଫିଟାଇପାରେ ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ ।

15ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି ।

16ଏକ ଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରି ପାରେ ନାହିଁ ।

17ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇ ପାରେ ନାହିଁ ।

18ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ ।

19ତାହାର ମୁଖରୁ ଜ୍ୱଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ ।

20ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ ।

21ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ ।

22ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ ।

23ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ ।

24ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼ ।

25ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି ।

26କେହି ତାହା ଉପରେ ଖଡ଼୍‍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍‍ଣ ତୀର ବିଫଳ ହୁଏ ।

27ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ ।

28ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ ।

29ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ ।

30ତାହାର ନିମ୍ନଭାଗ ତୀକ୍ଷ୍‍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ ।

31ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ ।

32ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱ କେଶ ହେଲା;

33ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ ।

34ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ ।



 <<  Job 41 >> 


Bible2india.com
© 2010-2024
Help
Single Panel

Laporan Masalah/Saran