Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 1 >> 

1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,

2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।

3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।

4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି ।

5ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ ।

6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ ।



 <<  Psalms 1 >> 


Bible2india.com
© 2010-2024
Help
Single Panel

Laporan Masalah/Saran