Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 113 >> 

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର ।

2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।

3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ ।

4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ । ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,

5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,

6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?

7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ ,

8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି ।

9ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।



 <<  Psalms 113 >> 


Bible2india.com
© 2010-2024
Help
Single Panel

Laporan Masalah/Saran