Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 128 >> 

1ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ ।

2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ ।

3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ ।

4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ ।

5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ ।

6ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।



 <<  Psalms 128 >> 


Bible2india.com
© 2010-2024
Help
Single Panel

Laporan Masalah/Saran