Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 54 >> 

1ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର ।

2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ' ମୁଖର କଥାରେ କର୍ଣ୍ଣପାତ କର ।

3କାରଣ ଅପରିଚିତ ଲୋକମାନେ ମୋ' ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ' ପ୍ରାଣ ଖୋଜି ଅଛନ୍ତି । ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି । [ସେଲା]

4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ' ପ୍ରାଣରକ୍ଷକମାନଙ୍କର ମଧ୍ୟବର୍ତ୍ତୀ ।

5ସେ ମୋ' ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର ।

6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ ।

7ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ' ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି ।



 <<  Psalms 54 >> 


Bible2india.com
© 2010-2024
Help
Single Panel

Laporan Masalah/Saran