Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 61 >> 

1ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ' ପ୍ରାର୍ଥନାରେ ମନୋଯୋଗ କର ।

2ମୋ' ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ'ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ ।

3କାରଣ ତୁମ୍ଭେ ମୋ' ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ ।

4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି ।

5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ ।

6ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ ।

7ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର ।

8ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି ।



 <<  Psalms 61 >> 


Bible2india.com
© 2010-2024
Help
Single Panel

Laporan Masalah/Saran