Bible 2 India Mobile
[VER] : [ODIYA]     [PL]  [PB] 
 <<  Titus 2 >> 

1କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।

2ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,

3ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;

4ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;

5ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ |

6ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;

7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,

8ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।

9ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,

10ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି ।

11କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,

12ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,

13ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।

14ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।

15ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।



 <<  Titus 2 >> 


Bible2india.com
© 2010-2024
Help
Single Panel

Laporan Masalah/Saran