Bible 2 India Mobile
[VER] : [ODIYA]     [PL]  [PB] 
 <<  Proverbs 16 >> 

1ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ ।

2ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି ।

3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଙ୍କଳ୍ପ ସ୍ଥିରୀକୃତ ହେବ ।

4ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ ।

5ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ ।

6ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି ।

7ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି ।

8ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ ।

9ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି ।

10ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ ଲଙ୍ଘନ କରିବ ନାହିଁ ।

11ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ ।

12କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ ।

13ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି ।

14ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ ।

15ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ

16ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !

17ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ ।

18ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ ।

19ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ ।

20ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ ।

21ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ୍୍ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ ।

22ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି ।

23ଜ୍ଞାନବାନ୍ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ ।

24ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ ।

25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ ।

26ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ ।

27ପାପାଧମ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ ।

28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।

29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ ।

30ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ ।

31ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ-ପଥରେ ପ୍ରାପ୍ତ ହୁଏ ।

32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ ।

33ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ ।


  Share Facebook  |  Share Twitter

 <<  Proverbs 16 >> 


Bible2india.com
© 2010-2024
Help
Dual Panel

Laporan Masalah/Saran