Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 130 >> 

1ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି ।

2ହେ ପ୍ରଭୁ, ମୋ' ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ' ବିନତୀ-ରବରେ ମନୋଯୋଗ କରୁ ।

3ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?

4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି ।

5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ' ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି ।

6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ' ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ ।

7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି ।

8ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ ।


  Share Facebook  |  Share Twitter

 <<  Psalms 130 >> 


Bible2india.com
© 2010-2024
Help
Dual Panel

Laporan Masalah/Saran