Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 2 >> 

1ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି ?

2ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,

3ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ ।

4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ ।

5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;

6ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି ।

7ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, "ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ ।

8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା ।

9ତୁମ୍ଭେ ଲୌହଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ ।"

10ଏହି କାରଣରୁ, ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର ।

11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର ।

12ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।


  Share Facebook  |  Share Twitter

 <<  Psalms 2 >> 


Bible2india.com
© 2010-2024
Help
Dual Panel

Laporan Masalah/Saran