Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 24 >> 

1ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର ।

2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି ।

3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?

4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ ।

5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ ।

6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି । [ସେଲା]

7ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।

8ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ ।

9ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।

10ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି । [ସେଲା]


  Share Facebook  |  Share Twitter

 <<  Psalms 24 >> 


Bible2india.com
© 2010-2024
Help
Dual Panel

Laporan Masalah/Saran