Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 92 >> 

1ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,

2ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,

3ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ ।

4ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି ।

5ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର ।

6ପଶୁବତ୍‍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;

7ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ ।

8ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ ।

9କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ ।

10ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି ।

11ମୋ' ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ' ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି ।

12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍‍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ ।

13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।

14ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;

15ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।


  Share Facebook  |  Share Twitter

 <<  Psalms 92 >> 


Bible2india.com
© 2010-2024
Help
Dual Panel

Laporan Masalah/Saran