Bible 2 India Mobile
[VER] : [ODIYA]     [PL]  [PB] 
 <<  Nehemiah 3 >> 

1ଏହା ପରେ ଇଲିୟାଶୀବ୍‍ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ ।

2ତାହାଙ୍କ ନିକଟରେ ଯିରୀହୋର ଲୋକମାନେ ଗଢ଼ିଲେ, ଓ ସେମାନଙ୍କ ନିକଟରେ ଇମ୍ରିର ପୁତ୍ର ସକ୍‍କୂର ଗଢ଼ିଲା ।

3ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ ।

4ପୁଣି, ସେମାନଙ୍କ ନିକଟରେ ହକ୍‍କୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା । ଆଉ, ସେମାନଙ୍କ ନିକଟରେ ମଶେଷବେଲର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ୍‍ ମରାମତି କଲା ।

5ପୁଣି, ସେମାନଙ୍କ ନିକଟରେ ତକୋୟୀୟ ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ ।

6ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ ।

7ପୁଣି, ସେମାନଙ୍କ ନିକଟରେ ଗିବିୟୋନୀୟ ମଲାଟୀୟ ଓ ମରୋଣୋଥୀୟ ଯାଦୋନ ଲୋକମାନେ ମରାମତି କଲେ, ସେମାନେ ଗିବୀୟୋନ ଓ ମିସ୍‍ପାର ମୁଖ୍ୟ ଥିଲେ, ନଦୀ ସେପାରିସ୍ଥ ମିସ୍‍ପା ଦେଶାଧ୍ୟକ୍ଷର ସ୍ଥାନ ଥିଲା ।

8ତାହା ନିକଟରେ ସ୍ୱର୍ଣ୍ଣକାରମାନେ, ହର୍ହୟର ପୁତ୍ର ଉଷୀୟେଲ୍‍ ମରାମତି କଲେ। ଆଉ, ତାହା ନିକଟରେ ଗନ୍ଧବଣିକମାନଙ୍କ ମଧ୍ୟରୁ ହନାନୀୟ ମରାମତି କଲା, ପୁଣି ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୁଶାଲମ ଦୃଢ଼ କଲେ ।

9ସେମାନଙ୍କ ନିକଟରେ ଯିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ମରାମତି କଲା ।

10ଆଉ, ସେମାନଙ୍କ ନିକଟରେ ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ମରାମତି କଲା । ତାହା ନିକଟରେ ହଶ୍‍ବନୀୟର ପୁତ୍ର ହଟୂଶ୍‍ ମରାମତି କଲା ।

11ହାରିମର ପୁତ୍ର ମଲ୍‍କୀୟ ଓ ପହତ୍‍-ମୋୟାବର ପୁତ୍ର ହଶୂବ୍‍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ ।

12ତାହା ନିକଟରେ ଯିରୁଶାଲମ ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଲୋହେଶର ପୁତ୍ର ଶଲ୍ଲୁମ୍‍ ଓ ତାହାର କନ୍ୟାମାନେ ମରାମତି କଲେ ।

13ହାନୂନ୍‍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ ।

14ପୁଣି, ବୈଥ୍‍-ହକ୍‍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା ।

15ପୁଣି, ମିସ୍‍ପା ପ୍ରଦେଶର ଅଧ୍ୟକ୍ଷ କଲ୍‍ହୋଷିର ପୁତ୍ର ଶଲ୍ଲୁନ୍‍ ନିର୍ଝର ଦ୍ୱାରର ମରାମତି କଲା; ସେ ତାହା ଗଢ଼ି ଆଚ୍ଛାଦନ କଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା, ପୁଣି ଦାଉଦ-ନଗରରୁ ତଳକୁ ଯିବା ପାହାଚ ପର୍ଯ୍ୟନ୍ତ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଶେଲା ପୁଷ୍କରିଣୀ-ପ୍ରାଚୀର (ମରାମତି କଲା) ।

16ତାହା ନିକଟରେ ବୈଥ୍‍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍‍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା ।

17ତାହା ନିକଟରେ ଲେବୀୟମାନେ, ଅର୍ଥାତ୍‍, ବାନିର ପୁତ୍ର ରହୂମ୍‍ ମରାମତି କଲା । ତାହା ନିକଟରେ କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହଶବୀୟ ଆପଣା ପ୍ରଦେଶ ପକ୍ଷରେ ମରାମତି କଲା ।

18ତାହା ନିକଟରେ ସେମାନଙ୍କ ଭ୍ରାତୃଗଣ, ଅର୍ଥାତ୍‍, କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୋନାନଦର ପୁତ୍ର ବବୟ ମରାମତି କଲା ।

19ତାହା ନିକଟରେ ମିସ୍‍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍‍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣି ପଥ ସମ୍ମୁଖରେ ଅନ୍ୟ ଏକ ଅଂଶର ମରାମତି କଲା ।

20ତାହା ନିକଟରେ ସବ୍ବୟର ପୁତ୍ର ବାରୁକ୍‍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍‍ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା ।

21ତତ୍ପରେ ହକକୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା ।

22ପୁଣି, ପ୍ରାନ୍ତରବାସୀ ଯାଜକମାନେ ମରାମତି କଲେ ।

23ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍‍ ଓ ହଶୂବ୍‍ ଆପଣାମାନଙ୍କ ଗୃହ ସମ୍ମୁଖରେ ମରାମତି କଲେ । ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ମରାମତି କଲା ।

24ହେନାଦଦ୍‍ର ପୁତ୍ର ବିନ୍ନୁୟି ଅସରୀୟର ଗୃହଠାରୁ ପ୍ରାଚୀରର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା ।

25ଉଷୟର ପୁତ୍ର ପାଲାଲ୍‍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା । ତାହାଙ୍କ ପରେ ପରୀୟୋଶର ପୁତ୍ର ପଦାୟ ମରାମତି କଲା ।

26ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ ।

27ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ ।

28ଯାଜକମାନେ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପରଭାଗର ମରାମତି କଲେ।

29ସେମାନଙ୍କ ପରେ ଇମ୍ମେରର ପୁତ୍ର ସାଦୋକ୍‍ ଆପଣା ଗୃହ ସମ୍ମୁଖରେ ମରାମତି କଲା । ପୁଣି, ତାହା ପରେ ପୂର୍ବ-ଦ୍ୱାରପାଳ ଶିଖନୀୟର ପୁତ୍ର ଶମୟୀୟ ମରାମତି କଲା ।

30ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ । ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା ।

31ତାହା ପରେ ମଲକୀୟ ନାମକ ଜଣେ ସ୍ୱର୍ଣ୍ଣକାର ହମିପ୍‍କଦ୍‍ ଦ୍ୱାରର ସମ୍ମୁଖସ୍ଥ ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ମରାମତି କଲା ।

32ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ ।


  Share Facebook  |  Share Twitter

 <<  Nehemiah 3 >> 


Bible2india.com
© 2010-2024
Help
Dual Panel

Laporan Masalah/Saran