Bible 2 India Mobile
[VER] : [ODIYA]     [PL]  [PB] 
 <<  Ecclesiastes 11 >> 

1ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ ।

2ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ ।

3ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ ।

4ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ ।

5ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ ।

6ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ ।

7ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର ।

8ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର ।

9ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ ।

10ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।


  Share Facebook  |  Share Twitter

 <<  Ecclesiastes 11 >> 


Bible2india.com
© 2010-2024
Help
Dual Panel

Laporan Masalah/Saran