Bible 2 India Mobile
[VER] : [ODIYA]     [PL]  [PB] 
 <<  Ezekiel 15 >> 

1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ' ନିକଟରେ ଉପସ୍ଥିତ ହେଲା,

2"ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?

3କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ ?

4ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ ?

5ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ ?"

6ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; "ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା ।

7ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।

8ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି," ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ।


  Share Facebook  |  Share Twitter

 <<  Ezekiel 15 >> 


Bible2india.com
© 2010-2024
Help
Dual Panel

Laporan Masalah/Saran