Bible 2 India Mobile
[VER] : [ODIYA]     [PL]  [PB] 
 <<  Jeremiah 38 >> 

1ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମିୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,

2ସଦାପ୍ରଭୁ ଏହି କଥା କହନ୍ତି, "ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ ।"

3ସଦାପ୍ରଭୁ ଏହି କଥା କହନ୍ତି, "ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ ।"

4ତହିଁରେ ଅଧିପତିମାନେ ରାଜାକୁ କହିଲେ, "ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି ।

5ଏଥିରେ ସିଦିକୀୟ ରାଜା କହିଲା, "ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି ।"

6ତହିଁରେ ସେମାନେ ଯିରିମିୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମିୟଙ୍କୁ ଓହ୍ଳାଇ ଦେଲେ । ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା । ଆଉ, ଯିରିମିୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ ।

7ଏଥି ମଧ୍ୟରେ ସେମାନେ ଯିରିମିୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ୱାରରେ ଉପବିଷ୍ଟ ଥିଲା ।

8ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,

9"ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମିୟ ଭବିଷ୍ୟଦ୍‍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ ।"

10ସେତେବେଳେ ରାଜା କୁଶୀୟ ଏବଦ୍‍-ମେଲକକୁ ଆଜ୍ଞା କଲା, "ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମିୟ ଭବିଷ୍ୟଦ୍‍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ ।"

11ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମିୟଙ୍କୁ ଦେଲା ।

12ପୁଣି, କୁଶୀୟ ଏବଦ୍‍-ମେଲକ ଯିରିମିୟଙ୍କୁ କହିଲା, "ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ ।"

13ତହିଁରେ ଯିରିମିୟ ସେପରି କଲେ । ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ । ପୁଣି, ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

14ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମିୟ ଭବିଷ୍ୟଦ୍‍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା । ଆଉ, ରାଜା ଯିରିମିୟଙ୍କୁ କହିଲା, "ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ'ଠାରୁ କିଛି ଗୋପନ କରିବ ନାହିଁ ।"

15ତେବେ ଯିରିମିୟ ସିଦିକୀୟକୁ କହିଲେ, "ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ' କଥା ଶୁଣିବେ ନାହିଁ ।"

16ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲା, "ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ ।"

17ସେତେବେଳେ ଯିରିମିୟ ସିଦିକୀୟକୁ କହିଲେ, "ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; 'ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ ।

18ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ ।'"

19ଏଥିରେ ସିଦିକୀୟ ରାଜା ଯିରିମିୟଙ୍କୁ କହିଲା, "ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ ।"

20ମାତ୍ର ଯିରିମିୟ କହିଲେ, "ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ । ବିନୟ କରୁଅଛି, ମୋ' ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ ।

21ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:

22ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, 'ତୁମ୍ଭର ସୁହୃଦ୍‍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି ।'

23ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ ।"

24ଏଥିରେ ସିଦିକୀୟ ଯିରିମିୟଙ୍କୁ କହିଲା, "ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ ।

25ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, 'ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ ।'

26ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, 'ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି ।'"

27ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମିୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ । ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ ।

28ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


  Share Facebook  |  Share Twitter

 <<  Jeremiah 38 >> 


Bible2india.com
© 2010-2024
Help
Dual Panel

Laporan Masalah/Saran