Bible 2 India Mobile
[VER] : [ODIYA]     [PL]  [PB] 
 <<  Jeremiah 47 >> 

1ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମିୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ ।

2"ସଦାପ୍ରଭୁ ଏହି କଥା କହନ୍ତି, 'ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ ।'"

3ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;

4କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ ।

5ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍‍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ?

6ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ ।

7ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷାନ୍ତ ହୋଇପାର ? ସେ ଅସ୍କିଲୋନ୍‍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି ।


  Share Facebook  |  Share Twitter

 <<  Jeremiah 47 >> 


Bible2india.com
© 2010-2024
Help
Dual Panel

Laporan Masalah/Saran