Bible 2 India Mobile
[VER] : [ODIYA]     [PL]  [PB] 
 <<  Joshua 12 >> 

1ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ୍‍ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି ।

2ହିଷ୍‍ବୋନ୍‍ ନିବାସୀ ଇମୋରୀୟମାନଙ୍କ ସୀହୋନ୍‍ ରାଜା, ସେ ଅର୍ଣ୍ଣୋନ୍‍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯେବ୍ବୋକ୍‍ ନଦୀ ପର୍ଯ୍ୟନ୍ତ

3ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବୈଥ୍‍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍‍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ ।

4ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,

5ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧଦେଶରେ କର୍ତ୍ତୃତ୍ୱ କଲେ ।

6ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ ।

7ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନ୍‍ର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ

8ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପିରିଷୀୟ, ହିତ୍ତୀୟ ଓ ଯିବୁଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହିସବୁ ରାଜା ଏହି;

9ଯିରୀହୋର ରାଜା, ଏକ; ବୈଥେଲର ନିକଟସ୍ଥ ଅୟର ରାଜା

10ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ;

11ଯର୍ମୂତର ରାଜା, ଏକ; ଲାଖୀଶ୍‍ର ରାଜା, ଏକ;

12ଇଗ୍ଲୋନ୍‍ର ରାଜା, ଏକ; ଗେଷରର ରାଜା, ଏକ;

13ଦବୀରର ରାଜା, ଏକ; ଗେଦରର ରାଜା, ଏକ;

14ହର୍ମାର ରାଜା, ଏକ; ଅରାଦର ରାଜା, ଏକ;

15ଲିବ୍ନାର ରାଜା, ଏକ; ଅଦୁଲ୍ଲମ୍‌ର ରାଜା, ଏକ;

16ମକ୍‍କେଦାର ରାଜା, ଏକ; ବୈଥେଲ୍‍ର ରାଜା, ଏକ;

17ତପୂହର ରାଜା, ଏକ; ହେଫରର ରାଜା, ଏକ;

18ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ;

19ମାଦୋନର ରାଜା, ଏକ; ହାତ୍‍ସୋରର ରାଜା, ଏକ;

20ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;

21ତାନକର ରାଜା, ଏକ; ମଗିଦ୍ଦୋର ରାଜା, ଏକ;

22କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିଯାମର ରାଜା, ଏକ;

23ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;

24ତିର୍ସାର ରାଜା, ଏକ; ସର୍ବସୁଦ୍ଧା ଏକତ୍ରିଂଶ ରାଜା ।


  Share Facebook  |  Share Twitter

 <<  Joshua 12 >> 


Bible2india.com
© 2010-2024
Help
Dual Panel

Laporan Masalah/Saran