1ଏଥିରେ ଆୟୁବ ଉତ୍ତର କରି କହିଲା,
2"ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିରୂପେ ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ ?
3ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ ।
4ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
5ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ ।
6ସେ ପୃଥିବୀକି ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ ।
7ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି ।
8ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି ।
9ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି ।
10ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ କ୍ରିୟା କରନ୍ତି ।
11ଦେଖ, ସେ ମୋ' ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ ।
12ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପାରେ ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ ?
13ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି ।
14ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି ? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି ?
15ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି ।
16ଯେବେ ମୁଁ ଡାକିଥା'ନ୍ତି ଓ ସେ ମୋତେ ଉତ୍ତର ଦେଇଥା'ନ୍ତେ, ତେବେ ହେଁ ସେ ମୋ' ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ ।
17କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି ।
18ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି ।
19ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି ! ଓ ବିଚାରର କଥା କହିଲେ, କିଏ ମୋ' ପାଇଁ ସମୟ ନିରୂପଣ କରିବ ?
20ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ । ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ ।
21ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ ।
22ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି ।
23ଯେବେ କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ ।
24ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ ?
25ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ ।
26ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ ।
27ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;
28ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ ।
29ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି ?
30ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ ।
32କାରଣ ସେ ମୋ' ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା ।
33ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ ।
34ସେ ମୋ'ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
35ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେରୂପ ନୁହେଁ ।