1ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିରୂପେ ମୋ' ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?
2କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି ।
3ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କ'ଣ କରି ପାରିବ ?
4ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ ।
5ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି ।
6ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ ।
7କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ ।