1ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ ।
2ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ ।
3କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, "ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର ।"
4ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ?
5ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ ।
6ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ' ମୁଖର ତାଳୁରେ ଲାଗି ରହୁ ।
7ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, "ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର ।"
8ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ ।
9ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ ।